ଭୁବନେଶ୍ୱର,ଏନ୍ଏନ୍ଏସ୍: ଗତକାଲି ତୁଳନାରେ ଆଜିର ରିପୋର୍ଟରେ କରୋନା ସଂକ୍ରମଣ ଖୁବ୍ କମିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬ଟି ଜିଲ୍ଲା ଓ ଷ୍ଟେପୁଲରୁ ୧୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୮ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୭୮ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୩୨,୯୪୯କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଅନ୍ୟପଟେ ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ ସୁନ୍ଦରଗଡ଼ରୁ ସର୍ବାଧିକ ୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି କରୋନାରେ ମୃତ୍ୟୁ ହୋଇଥିବା ୨ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ଖୋର୍ଦ୍ଧା ଜିଲ୍ଲାର ଓ ଜଣେ ସୁନ୍ଦରଗଡ଼ ଜିଲ୍ଲାର ଥିବା ଜଣାପଡ଼ିଛି।
Covid-19 Report For 14th January, 2021
New Positive Cases: 186
In quarantine: 108
Local contacts: 78(Details of local contacts will be shared by concerned District Administration)
District Wise Cases:
1. Angul: 18
2. Balasore: 11
3. Bargarh: 15
4. Balangir: 8
5. Boudh: 2— I & PR Department, Odisha (@IPR_Odisha) January 15, 2021