ଭୁବନେଶ୍ୱରରୁ ୫ ନୂଆ କରୋନା ପଜିଟିଭ ଚିହ୍ନଟ : ୭ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ୫ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୫ଜଣ ରହିଛନ୍ତି। ଅନ୍ୟପଟେ ୭ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୩ ହୋଇଥିବାବେଳେ ୩୧ ହଜାର ୩୪୦ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୪୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦୭ ଜଣ ଚିକିତ୍ସିତ ହେଉଛନ୍ତି।