ଦୁଇ ବାଇକ୍ ମୁହାଁମୁହିଁ ଧକ୍କା, ୩ ମୃତ

ମାଲକାନଗିରି,ଏନ୍ଏନ୍ଏସ୍: ମାଲକାନଗିରି ଜିଲ୍ଲାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ବିଜାଘାଟିରେ ଆଜି ୨ଟି ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଦୁଇଟି ବାଇକର ୩ ଆରୋହୀ ଘଟଣା ସ୍ଥଳରେ ହିଁ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ। ଖବରପାଇ ମାଲକାନଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି।