ଭୁବନେଶ୍ୱରରେ ୬ ଆକ୍ରାନ୍ତ: ୮ ସୁସ୍ଥ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୬ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ୬ଜଣ ଯାକ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଅନ୍ୟପଟେ ୮ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୬ଜଣଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୮୧୯ ହୋଇଥିବାବେଳେ ୩୧ ହଜାର ୩୪୮ଜଣ ଆରୋଗ୍ୟ ଲାଭ କରିଛନ୍ତି। ଅନ୍ୟପଟେ ୨୪୫ ଜଣଙ୍କର ମୃତ୍ୟୁ ଘଟିଛି ଓ ୨୦୫ଜଣ ଚିକିତ୍ସିତ ହେଉଛନ୍ତି।