ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ମଲ୍ଲିପଶି ବିଟ୍ ହରିପୁର ଗ୍ରାମ୍ୟ ଜଙ୍ଗଲରେ ଗୁରୁବାର ନିଆଁଲାଗି ଶତାଧିକ ମୂଲ୍ୟବାନ ଗଛ ନଷ୍ଟ ହୋଇଯାଇଛି। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଖବରପାଇ ଅଗ୍ନିଶମ ବାହିନୀ ଓ ପାଟଣା ବନବିଭାଗ କମର୍ଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।