ମୋଟର ଯାନ ଆଇନରେ ୩ମାସ କୋହଳ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଟ୍ରାଫିକ ନିୟମ କୋହଳ ୩ ମାସ ପର୍ଯ୍ୟନ୍ତ କରିବାକୁ ପରିବହନ ବିଭାଗକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକଙ୍କ ପାଇଁ କଠୋର ନ ହେବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ସେହିଭଳି ପୁଲିସ ଓ ପରିବହନ ବିଭାଗ ପକ୍ଷରୁ ଲୋକଙ୍କୁ ବୁଝାସୁଝା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଲୋକମାନେ ମୋଟର ଯାନ ଆଇନକୁ ପାଳନ କରିବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।