ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡା ବିମାନ ବନ୍ଦରରେ ଆଜି ପୂର୍ବାହ୍ନରେ ବୀର ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ, ବରଗଡ଼ ସାଂସଦ ସୁରେଶ ପୂଜାରୀ, ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି, ସମ୍ବଲପୁର ସାଂସଦ ନୀତେଶ ଗଙ୍ଗଦେବ, ରେଙ୍ଗାଳି ବିଧାୟକ ନାଉରୀ ନାଏକ, ସୁନ୍ଦରଗଡ଼ ବିଧାୟକ କୁସୁମ ଟେଟେ, ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ, ତଲସରା ବିଧାୟକ ଭବାନୀ ଭୋଇ, ଝାରସୁଗୁଡା ଜିଲ୍ଲାପାଳ ସରୋଜ କୁମାର ସାମଲ, ମହାନଦୀ କୋଇଲା କମ୍ପାନୀର ବରିଷ୍ଠ ଅଧିକାରୀ ଓପି ସିଂ, ବିମାନ ବନ୍ଦର ନିର୍ଦ୍ଦେଶକ କିଶୋର କୁମାର ମହାନ୍ତି ଓ ଜିଲ୍ଲାର ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
