କେନ୍ଦ୍ରାପଡ଼ା,ଏନ୍ଏନ୍ଏସ୍: ଭିତରକନିକା ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇକୋରିଟ୍ରିଟରେ ରାତି ବିତାଇବା ପରେ ଆଜି ସକାଳେ ଭିତରକନିକା ବୁଲୁଛନ୍ତି। ଜଳପଥରେ ଏକ ମୋଟର ବୋଟରେ ଦଳୀୟ ନେତାଙ୍କ ସହ ବୁଲି ପ୍ରାକୃତିକ ଶୋଭା ଉପଭୋଗ କରୁଛନ୍ତି କେନ୍ଦ୍ରମନ୍ତ୍ରୀ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଭିତରକନିକାର ପ୍ରାକୃତିକ ସୌନ୍ଦର୍ଯ୍ୟ ଅତି ମନୋରମ।
