ଦିନକରେ ଦେଶରେ ୧୨,୬୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ; ୧୩୭ ମୃତ

ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ କରୋନା ଟିକାକରଣ ଆରମ୍ଭ ହୋଇଥିବା ବେଳେ ଦୈନିକ ସଂକ୍ରମଣ ହାର ମଧ୍ୟ ବହୁ ତଳକୁ ଖସିଆସିଛି। ଦିନକରେ ଦେଶରେ ଆଉ ୧୨,୬୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬ ଲକ୍ଷ ୮୯ ହଜାର ୫୨୭କୁ ଛୁଇଁଛି।

ଅନ୍ୟପଟେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଆଉ ୧୩,୩୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୭ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏଥିସହ ରାଜ୍ୟରେ ବର୍ତ୍ତମାନ ୧ ଲକ୍ଷ ୭୬ ହଜାର ୪୯୮ଟି ଆକ୍ଟିଭ କେସ୍ ରହିଛି। ସେହିପରି ମୋଟ ୧ କୋଟି ୩ ଲକ୍ଷ ୫୯ ହଜାର ୩୦୫ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି ଓ ୧ ଲକ୍ଷ ୫୩ ହଜାର ୭୨୪ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ସୁଦ୍ଧା ଦେଶରେ ୨୦ ଲକ୍ଷ ୨୯ ହଜାର ୪୮୦ ଜଣ କରୋନା ଟିକା ନେଇସାରିଲେଣି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଜାରି କରାଯାଇଛି।