କରୋନାରୁ ସୁସ୍ଥହେଲେ ଆଉ ୧୦୮

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୩୧୫୩୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ସମ୍ବଲପୁର ଜିଲ୍ଲାରୁ ୧୯ ଜଣ ସୁସ୍ଥ ହୋଇଥିବାବେଳେ ପୁରୀରୁ ୧୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୧୫, ନୂଆପଡାରୁ ୧୦, ବାଲେଶ୍ୱରରୁ ୯, ଅନୁଗୁଳରୁ ୮, ଖୋର୍ଦ୍ଧାରୁ ୫, ଜଗତସିଂହପୁରରୁ ୪, ବରଗଡରୁ ୩, ଯାଜପୁରରୁ ୩, ଝାରସୁଗୁଡାରୁ ୩, କଟକରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, ଦେବଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, ଏବଂ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ଷ୍ଟେଟପୁଲରୁ ଜଣେ ସୁସ୍ଥ ହୋଇଛନ୍ତି।