ରାଜ୍ୟରେ ଚିହ୍ନଟ ହେଲେ ୧୧୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି। ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରର ହୋଇଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୮୦ରେ ପହଞ୍ଚିଛି। ସେଥିରୁ ଏଯାଏଁ ୩ ଲକ୍ଷ ୩୧ ହଜାର ୫୩୫ ଜଣ ସୁସ୍ଥ ହୋଇସାରିଥିବା ବେଳେ ୧୨୮୬ ଜଣଙ୍କ ମୃତ୍ୟୁ ହୋଇସାରିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ଆଜି ରାଜ୍ୟରେ କୌଣସି କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇନାହିଁ।