ପାଟଣାଗଡ଼,ଏନ୍ଏନ୍ଏସ୍: ପାଟଣାଗଡ଼ ବ୍ଲକ୍ ଅନ୍ତର୍ଗତ ଯୋଗୀମୁଣ୍ଡା ବଜାର ନିକଟରେ ବିଜେପିର ଏକ ବିରାଟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଯୋଗୀମୁଣ୍ଡା ମଣ୍ଡଳ ସଭାପତି ଚତୁର୍ମୁଖ ମେହେରଙ୍କ ଅଧ୍ୟକ୍ଷତାରେ ଏହି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପାଟଣା ମହାରାଜ ତଥା ପୂର୍ବତନ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେଇଥିଲେ। ଏହି ମଞ୍ଚକୁ ପରିଚାଳନା କରିଥିଲେ ବ୍ଲକ୍ ଅଧ୍ୟକ୍ଷ ଭକ୍ତବନ୍ଧୁ ନାୟକ। ସମ୍ମାନିତ ଅତିଥି ଭାବେ ବଲାଙ୍ଗିର ଜିଲ୍ଲା ବିଜେପି ସଭାପତି ଶିବାଜୀ ମହାନ୍ତି ଉପସ୍ଥିତ ଥିଲେ।
