କେନ୍ଦ୍ରାପଡା,ଏନ୍ଏନ୍ଏସ୍: ପୁଣି ମାତିଛନ୍ତି ଏଟିଏମ୍ ଲୁଟେରା। କେନ୍ଦ୍ରାପଡା ଜିଲ୍ଲା ଆଳି ଅଞ୍ଚଳରୁ ୨ଟି ଏସବିଆଇ ଏଟିଏମରୁ ଲୁଟ କରିଛନ୍ତି ଲୁଟେରା। ଗତକାଲି ବିଳମ୍ବିତ ରାତ୍ରିରେ ଦୁର୍ବୃତ୍ତ ମାନେ ଦୁଇଟି ଏଟିଏମକୁ ଗ୍ୟାସ କଟରରେ କାଟି ୪୨ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଆଳିର ପତ୍ରପୁର ଓ ନିଆଳହାଟ ଏସବିଆଇ ଏଟିଏମରୁ ଏହି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।
ଗତକାଲି ପତ୍ରପୁରରେ ଏଟିଏମରୁ ୧୯ ଲକ୍ଷ ୬୮ ହଜାର ୫୦୦ ଟଙ୍କା ଓ ନିଆଳହାଟ ଏଟିଏମରୁ ୨୩ ଲକ୍ଷ ୧୪ ହଜାର ଟଙ୍କା ଲୁଟ୍ ହୋଇଛି। ଲୁଟେରାମାନେ ଗ୍ୟାସ କଟରରେ ଏଟିଏମ ମେସିନକୁ କାଟି ଟଙ୍କା ଲୁଟ୍ କରିବା ସହ ପ୍ରମାଣ ନଷ୍ଟ ପାଇଁ ଏଟିଏମ ଚାମ୍ବରରେ ଲାଗିଥିବା ସିସି କ୍ୟାମେରାକୁ ଗ୍ୟାସରେ ପୋଡି ଦେଇଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।