ଜିଲ୍ଲାସ୍ତରୀୟ ନୋଡାଲ ବୈଠକ,ଗୁରୁବାର ଠାରୁ ଖୋଲିବ ସାପ୍ତାହିକ ହାଟ

ନବରଙ୍ଗପୁର,ଏନ୍ଏନ୍ଏସ୍: ଜିଲ୍ଲାସ୍ତରୀୟ ନୋଡାଲ ଅଧିକାରୀଙ୍କ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଡ. ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତାକାଲି ଠାରୁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ଖୋଲିବା ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ-ଜିଲ୍ଲାପାଳ ଭାସ୍କର ରୋଇତ, ଏପିଡି ଡିଆରଡିଏ (ଏଡିଏମଏନ୍) ଶ୍ରୀ ରତ୍ନାକର ସାହୁ, ନିର୍ବାହୀ ଯନ୍ତ୍ରୀ ଜିଲ୍ଲା ଜଳ ଓ ପରିମଳ ବିଭାଗ ଅମରେନ୍ଦ୍ର ପାଢ଼ୀ, ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟ୍ଟନାୟକ, ଜିଲ୍ଲା ଶ୍ରମ ଅଧିକାରୀ ନରେନ୍ଦ୍ର କୁମାର ଗଇପାଇ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି ଙ୍କ ବ୍ୟତୀତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଚୌଧୁରୀ ଶୋଭାରାଣୀ ମିଶ୍ର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମେହେରୁ ମିଶା ବେଗମ, ଜିଲ୍ଲା ଯୋଗାଣ ଅଧିକାରୀ ସଞ୍ଜୀବ କୁମାର ସାହୁ ଏବଂ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ବୈଠକରେ ନବରଙ୍ଗପୁର ଜିଲ୍ଲାରେ ସରକାରଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଓ ବିକାଶ ମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରାଯାଇଥିଲା। ସରକାରଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସଦର ମହକୁମାଠାରେ ଆଗାମୀ ୬ ତାରିଖରେ ଏବଂ ୭ ତାରିଖରେ ବ୍ଲକସ୍ତରରେ ଆଗଧାଡି କରୋନା ଯୋଦ୍ଧାଙ୍କୁ ଟିକା ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଦିନକୁ ୧୫୦ ରୁ ୨୦୦ ଲୋକଙ୍କୁ ଟିକା ଦେବା ପାଇଁ ନିଷ୍ପତ୍ତି ନିଆଯାଇଛି । ସେହିପରି ଆଗାମୀ ଗ୍ରୀଷ୍ମ ଋତୁକୁ ଦୃଷ୍ଟିରେ ରଖି, ପାନୀୟ ଜଳଯୋଗାଣର ସୁବ୍ୟବସ୍ଥା କରିବା ସହ ପ୍ରତ୍ୟେକ ନାଳକୂପକୁ ସବୁଜ ରଙ୍ଗ ଦେବା ପାଇଁ ବିଭାଗୀୟ ଯନ୍ତ୍ରୀଙ୍କୁ ଜିଲ୍ଲାପଳ ନିର୍ଦ୍ଦେଶ ଦେଇଥିଲେ । ଏହାସହ ସମସ୍ତ ନୋଡାଲ ଅଧିକାରୀ ନିଜ ନିଜ ଅଞ୍ଚଳ ଗ୍ରସ୍ତକରି ଜିଲ୍ଲାରେ ଥିବା ସମସ୍ତ ଧାନ ମଣ୍ଡିକୁ ଯାଇ ପ୍ରକୃତ ଚାଷୀଙ୍କୁ ଚିହ୍ନଟ କରି ସେମାନଙ୍କ ଧାନ ବିକ୍ରି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ନିୟମମାନି ଜିଲ୍ଲାର ସମସ୍ତ ସାପ୍ତାହିକ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା । ସେହିପରି ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କରେ କିଭଳି କରୋନା -୧୯ ମାର୍ଗଦର୍ଶିକା ପାଳନ କରିବା ସହିତ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଇତ୍ୟାଦିକୁ ତଦାରଖ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

Priligy Dapoxetine In India. Dapoxetine Uk Prescription. There are many individuals of improving this valley, and all priorities allow. viagrasansordonnancefr Get Free Delivery On Prescriptions.