ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହାର ଶହେ ତଳକୁ ଖସିଆସିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟାରେ ରାଜ୍ୟର ୧୮ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ କେନ୍ଦ୍ରରୁ ୫୧ଟି ଓ ଲୋକାଲରୁ ୩୬ଟି କେସ୍ ରହିଛି। ଅନ୍ୟପଟେ ରାଜ୍ୟରେ ଆଜି ଜଣେ କରୋନା ରୋଗୀର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟପଟେ ଆଜିର ମୃତକ ଜଣଙ୍କ କଳାହାଣ୍ଡି ଅଞ୍ଚଳର ୬୮ ବର୍ଷୀୟ ବୃଦ୍ଧ ବୋଲି ଜଣାପଡ଼ିଛି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୩୬୯ରେ ପହଞ୍ଚିଛି। ସେଥିରୁ ୩ ଲକ୍ଷ ୩୨ ହଜାର ୪୯୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ୯୧୦ ଜଣ ସକ୍ରିୟ ଅଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୦୭ରେ ପହଞ୍ଚିଛି।