ନୂଆଦିଲ୍ଲୀ,ଏଜେନ୍ସି: ଦେଶରେ ଗତ ୨୪ ଘଣ୍ଟାରେ ୯,୧୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି। ଯାହାକୁ ମିଶାଇ ମୋଟ ସଂକ୍ରମଣ ସଂଖ୍ୟା ୧ କୋଟି ୮ ଲକ୍ଷ ୪୭ ହଜାର ୩୦୪ ଛୁଇଁଛି। ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୪,୦୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୭୮ ଜଣଙ୍କ ମୃତ୍ୟୁ ଘଟିଛି।
ତେବେ ମୋଟ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧ ଲକ୍ଷ ୪୩ ହଜାର ୬୨୫ ଜଣ ସକ୍ରିୟ ଥିବାବେଳେ ୧ ଲକ୍ଷ ୫୫ ହଜାର ୧୫୮ ଜଣଙ୍କ ମୃତ୍ୟୁ ହୋଇସାରିଛି। ସେହିପରି ଦେଶର ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧ କୋଟି ୫ ଲକ୍ଷ ୪୮ ହଜାର ୫୨୧ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି।