ରାଜ୍ୟରେ ପୁଣି ଶହେ ଅତିକ୍ରମ କଲା କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୧୦୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି କରୋନା ସଂକ୍ରମଣ ଶହେ ଅତିକ୍ରମ କରିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨ଟି ଜିଲ୍ଲା ଓ ଷ୍ଟେଟ ପୁଲରୁ ନୂଆ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ କେନ୍ଦ୍ରର ଥିବା ବେଳେ ୪୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।
ଏହି ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୧୩ ଜଣ ଚିହ୍ନଟ ହୋଇଛନ୍ତି।
ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୫ ହଜାର ୭୯୭ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୩୩ ହଜାର ୦୩୧ ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି ଓ ୮୦୩ ଜଣ ସକ୍ରିୟ ଅଛନ୍ତି। ସେହିପରି ରାଜ୍ୟରେ ୧୯୧୦ ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି।