ଭୁବନେଶ୍ୱରରେ ଆକ୍ରାନ୍ତ ୩କୁ ସୁସ୍ଥ ୧୦

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୩ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ଜଣେ ଓ ସ୍ଥାନୀୟ ସଂକ୍ରମଣ ୨ଜଣ ରହିଛନ୍ତି। ଅନ୍ୟପଟେ ୧୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୧୮ ହୋଇଥିବାବେଳେ ୩୧ ହଜାର ୪୯୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୬୦ ଜଣଙ୍କ ଚିକିତ୍ସା ଜାରି ରହିଛି।