ଦୁଇ ବାଇକ୍ ଧକ୍କା, ୬ ଆହତ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ୨୨୦ନଂ ଜାତୀୟ ରାଜପଥ ରାଞ୍ଚି ବିଜୟବାଡ଼ା ରାସ୍ତାର ହଳଦୀବଟା ନିକଟରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଅଗ୍ନିଶମ ବାହିନୀ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଭର୍ତ୍ତୀ କରିଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣ ଗୁରୁତର ଥିବାବେଳେ ଜଣେ ଶିଶୁ ଥିବାଜଣାପଡିଛି। ଦୁର୍ଘଟଣାରେ ଆହତ ହୋଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ।