ସୁସ୍ଥହେଲେ ଆଉ ୮୧ କରୋନା ସଂକ୍ରମିତ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୩୩୨୨୦ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୭, ବରଗଡରୁ ୫, ଝାରସୁଗୁଡାରୁ ୫, ନୂଆପଡ଼ାରୁ ୫, ସମ୍ବଲପୁରରୁ ୫, କଟକରୁ ୪, ପୁରୀରୁ ୪, ସୋନପୁରରୁ ୪, ରାୟଗଡାରୁ ୩, ଗଞ୍ଜାମରୁ ୨, ଯାଜପୁରରୁ ୨, ମୟୁରଭଞ୍ଜରୁ ୨, ଅନୁଗୁଳ, ବଲାଙ୍ଗିର, ଦେବଗଡ, ଜଗତସିଂହପୁର, କଳାହାଣ୍ଡି, କେନ୍ଦ୍ରାପଡ଼ା ଏବଂ କେନ୍ଦୁଝରରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି।