ଭୁବନେଶ୍ୱରରୁ ୨ ଆକ୍ରାନ୍ତ ଚିହ୍ନଟ: ୧୦ ସୁସ୍ଥ ରାଜ୍ୟ By Nitidin On Feb 11, 2021 Share ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୨ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ପଳାସୁଣୀରୁ ଜଣେ ଓ ଟଙ୍କପାଣି ରୋଡରୁ ଜଣେ ରହିଛନ୍ତି। ଅନ୍ୟପଟେ ୧୦ ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଆଜିର ୨ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୩୧ ହଜାର ୫୦୦ ଜଣ ସୁସ୍ଥ ହୋଇଛନ୍ତି, ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୪୫ ଜଣଙ୍କ ଚିକିତ୍ସା ଜାରି ରହିଛି। Share