ପୁରୀ,ଏନ୍ଏନ୍ଏସ୍: ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଆଜି ସକାଳୁ ପୁରୀରେ ପହଞ୍ଚି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ପହଞ୍ଚିବା ସମୟରେ ସିଂହାରୀ ସେବାୟତ ମଧୁସୂଦନ ସିଂହାରୀ ତାଙ୍କୁ ପାଛୋଟି ଶ୍ରୀମନ୍ଦିର ଭିତରକୁ ନେଇଥିଲେ। ପତିତପାବନଙ୍କୁ ଦର୍ଶନ କରିବା ପରେ ବାଇଶି ପାହାଚ ଓ ସାତ ପାହାଚ ହୋଇ ମହାପ୍ରଭୁଙ୍କ ମଙ୍ଗଳ ଆଳତି ଦର୍ଶନ କରିଥିଲେ।
ଏଥିସହ କଙ୍ଗନା କହିଛନ୍ତି କି, ବର୍ଷ ଆରମ୍ଭରୁ ଜଗନ୍ନାଥଙ୍କୁ ଦର୍ଶନ କରି ଧନ୍ୟ ମନେ କରୁଛି। ବିଶ୍ୱବାସୀଙ୍କ ଲାଗି ଚଳିତ ବର୍ଷଟି ଶୁଭମୟ ହେଉ।