ପରିବର୍ତ୍ତନ ହେଲା ସ୍କୁଲ ସମୟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଛାତ୍ରଛାତ୍ରୀଙ୍କ ପାଇଁ ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ଫଳରେ ଏବେ ନବମ ଓ ଏକାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ହେବ । ସେହିପରି ଦଶମ ଓ ଦ୍ୱାଦଶ ପିଲାଙ୍କର ସକାଳ ୮ଟାରୁ ୧୨ଟା ପର୍ଯ୍ୟନ୍ତ ପାଠପଢ଼ା ହେବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି।