ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୬୬ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯ଜଣ ଓ ସ୍ଥାନୀୟ ସଂକ୍ରମଣ ୨୭ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ଲକ୍ଷ ୩୮ହଜାର ୨୫୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ରୁ ୧୦, ମୟୁରଭଞ୍ଜରୁ ୮, ସୁନ୍ଦରଗଡ଼ରୁ ୭, ଯାଜପୁରରୁ ୬, ବାଲେଶ୍ୱର ଓ କଟକରୁ ୫ ଲେଖାଏଁ, ଝାରସୁଗଡ଼ାରୁ ୪, ସମ୍ବଲପୁର ଓ ଅନୁଗୁଳରୁ ୩ ଲେଖାଏଁ, ଗଞ୍ଜାମ ଓ ଷ୍ଟେଟପୋଲରୁ ୨ ଲେଖାଏଁ, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ରହିଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୬ଲକ୍ଷ ୪୨ହଜାର ୧୨୧ଜଣଙ୍କ କରୋନା ଟେଷ୍ଟ ହୋଇଥିବାବେଳେ ୩ଲକ୍ଷ ୩୮ହଜାର ୨୫୮ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ସେଥିମଧ୍ୟରୁ ୩ଲକ୍ଷ ୩୫ହଜାର ୬୬୦ଜଣ ସୁସ୍ଥ ହୋଇଛନ୍ତି, ୧୯୧୪ଜଣଙ୍କର ମୃତ୍ୟୁ ଘଟିଛି ଓ ୬୨୭ ଜଣ ଚିକିତ୍ସିତ ହେଉଛନ୍ତି।