ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ୨ ଦିନିଆ ଓଡ଼ିଶା ଗସ୍ତରେ ସେ ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ସେ ବିଜୁପଟ୍ଟନାୟକ ଆର୍ନ୍ତଜାତୀୟ ବିମାନବନ୍ଦରେ ଅବତରଣ କରିଛନ୍ତି। ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିମାନବନ୍ଦରରେ ପହଞ୍ଚି ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିଛନ୍ତି।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୨ ଜଣ କେନ୍ଦ୍ର ମନ୍ତ୍ରୀ ବିମାନବନ୍ଦରରେ ଉପସ୍ଥିତ ଅଛନ୍ତି। ଏହି ସମୟରେ ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀ ସବିତା କୋବିନ୍ଦ ମଧ୍ୟ ଉପସ୍ଥିତ ଅଛନ୍ତି। ଆଜି ରାଷ୍ଟ୍ରପତି ରାଜଭବନରେ ରାତ୍ରିଯାପନ କରିବେ। ଆସନ୍ତାକାଲି ରାଉରକେଲା ଓ ୨୨ ତାରିଖରେ ପୁରୀ ଓ କୋଣାର୍କ ଗସ୍ତ କାର୍ଯ୍ୟକ୍ରମ ରହିଛି।