ରାଉରକେଲା,ଏନ୍ଏନ୍ଏସ୍: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଶା ଗସ୍ତରେ ଆସି ରବିବାର ରାଉରକେଲାରେ ପହଞ୍ଚିଛନ୍ତି। ଏଠାରେ ରାଉରକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ସେ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ କରିଛନ୍ତି। ରାଷ୍ଟ୍ରପତିଙ୍କ ସହିତ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଉପସ୍ଥିତ ରହିଛନ୍ତି। ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ସାରିବା ପରେ ସେ ଭୁବନେଶ୍ଵର ଫେରି ରାଜଭବନରେ ରାତ୍ରିଯାପନ କରିବେ।
ସୋମବାର ସକାଳେ ରାଷ୍ଟ୍ରପତି ପୁରୀ ଗସ୍ତରେ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ। ଏହାପରେ ପୂର୍ବାହ୍ନ ୧୦ଟା ୪୫ମିନିଟରୁ ୧୧ଟା ୧୫ମିନିଟ ପର୍ଯ୍ୟନ୍ତ ଅଧଘଣ୍ଟା କୋଣାର୍କ ସୂର୍ଯ୍ୟମନ୍ଦିର ବୁଲି ଦେଖିବେ। ଅପରାହ୍ନ ୪ଟା ୪୫ମିନିଟରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି।