ଓଡ଼ିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ସାହାରପଡ଼ା ବ୍ଲକ୍ ଉଦୟପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଓଡିଶା ମୋ ପରିବାର ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ୍ ୬୧ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିବାବେଳେ ପାଟଣା ବିଧାୟକ ଜଗନ୍ନାଥ ନାଏକ, ଓଡିଶା ମୋ ପରିବାରର ଜିଲ୍ଲା ସଂଯୋଜକ ପ୍ରଦୀପ ସାହୁ, ଜିଲ୍ଲା ବିଜେଡି ସଭାପତି ମାଧବ ସର୍ଦାର, ବରିଷ୍ଠ ବିଜେଡି ନେତା କାନନ ବିହାରୀ ପହି, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅବିନାଶ ପଟ୍ଟନାୟକ, ରାଜ୍ୟ ସାଧାରଣ ସମ୍ପାଦକ ସୌମ୍ୟରଞ୍ଜନ ରାଉତ, ଯୁବ ବିଜେଡ଼ି ଜିଲ୍ଲା ସାଧାରଣ ସମ୍ପାଦକ ହିମାଂଶୁ ଶେଖର ବେହେରା,ବ୍ଲକ୍ ଉପାଧ୍ୟକ୍ଷା କିରଣ ବାଳା ସିଂ, ଜିଲ୍ଲା ଯୁବ ବିଜେଡ଼ି ଉପ ସଭାପତି ଦିପୁ ଖଟୁଆ, ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଦୀପକ ରାଜ, ବ୍ଲକ୍ ବିଜେଡି ସଭାପତି ଗୋବିନ୍ଦ ମହାନ୍ତ, ଉଦୟପୁର ସରପଞ୍ଚ ସତ୍ୟନାରାୟଣ ନାଏକ, ବ୍ଲକ ଯୁବ ବିଜେଡି ସଭାପତି ସତ୍ୟନାରାୟଣ ପଣ୍ଡା ପ୍ରମୁଖ ଯୋଗଦେଇ ଥିଲେ। ରେଡକ୍ରସ ପକ୍ଷରୁ ପରିଚାଳନା କରାଯାଇଥିଲା।