ଭୁବନେଶ୍ୱରରେ ୩୪ ନୂଆ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ପୁଣି ୩୪ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ସର୍ବାଧିକ ୨୪ଜଣ ଆକ୍ରାନ୍ତ XIMBରୁ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ୧୧ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଆଜିର ୩୪ଜଣଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୧୮୨ ହୋଇଥିବାବେଳେ ୩୧ହଜାର ୮୦୯ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨୫୦ଜଣଙ୍କର ମୃତ୍ୟୁ ଘଟିଛି ଓ ୧୦୨ଜଣ ଚିକିତ୍ସିତ ହେଉଛନ୍ତି।