ଜଷ୍ଟିସ୍ ଏନଭି ରମଣ ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,ଏଜେନ୍ସି: ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ୍ ଏନଭି ରମଣଙ୍କ ନାମ ସୁପାରିସ୍। ଏନେଇ ପ୍ରଧାନ ବିଚାରପତି ଜଷ୍ଟିସ ଏସ୍ ଏ ବୋବଡେ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଛନ୍ତି। ବରିଷ୍ଠ ଭିତ୍ତିରେ ନିଯୁକ୍ତି ପାଇଁ କେନ୍ଦ୍ର ସରକାରଙ୍କୁ ସୁପାରିସ କରିଛନ୍ତି। ସୂଚନା ଅନୁସାରେ ଚଳିତ ବର୍ଷ ଏପ୍ରିଲ ୨୩ ତାରିଖରେ ପ୍ରଧାନ ବିଚାରପତି ଏସ ଏ ବୋବଡେଙ୍କ କାର୍ଯ୍ୟକାଳ ଶେଷ ହେଉଛି।