ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ସକାଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ସେନାର ରିସର୍ଚ୍ଚ ଏଣ୍ଡ ରେଫରଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ନିୟମିତ ସ୍ୱାସ୍ଥ୍ୟ ଯାଞ୍ଚ କରାଯାଇ ଡାକ୍ତରଙ୍କ ଅବଜରଭେସନରେ ରଖାଯାଇଥିବା ନେଇ ହସ୍ପିଟାଲ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଚଳିତ ମାସ ଆରମ୍ଭରେ ରାଷ୍ଟ୍ରପତି କୋବିନ୍ଦ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ୍ ଲଗାଇଥିଲେ। ଏଥିସହିତ ନିକଟରେ ଓଡ଼ିଶା ଗସ୍ତ ମଧ୍ୟ କରିଥିଲେ।