ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଅସ୍ପଷ୍ଟ

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଡେଣୁଆଁ ଗ୍ରାମର ମହାନ୍ତ ସାହିରେ ବନ୍ଦ ଘରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ନେତ୍ରାନନ୍ଦ ମହାନ୍ତଙ୍କ ପୁଅ ନିକୁଞ୍ଜ ବିହାରୀ ମହାନ୍ତ। ସେ ଶୋଇବା ଘରେ ଫ୍ୟାନରେ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।