ଭୁବନେଶ୍ୱର,ଏନ୍ଏନ୍ଏସ୍: ଭୁବନେଶ୍ୱରରେ ୭୧ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫ଜଣ ଓ ସ୍ଥାନୀୟ ସଂକ୍ରମଣ ୫୬ଜଣ ରହିଛନ୍ତି। ଅନ୍ୟପଟେ ୧୨ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨ହଜାର ୬୧୮ ହୋଇଥିବାବେଳେ ୩୧ହଜାର ୯୪୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୫୦ ଜଣଙ୍କର ମୃତ୍ୟୁ ଘଟିଛି ଓ ୪୦୨ ଜଣ ଚିକିତ୍ସିତ ହେଉଛନ୍ତି।