ରାଜ୍ୟରେ ଆଉ ୪୭୧ ପଜିଟିଭ ଚିହ୍ନଟ, ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଓଡ଼ିଶାରେ ପୁଣି ଉପରମୁହାଁ କରୋନା ଗ୍ରାଫ। ଲଗାତାର ୩ ଦିନ ହେଲା ୪୦୦ ଟପୁଛି ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୪୭୧ କରୋନା ସଂକ୍ରମିତ ଚିହ୍ନଟ କରାଯାଇଛି। ସେଥିରେ ୨୭୮ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଓ ୧୯୩ ଜଣ ଲୋକାଲରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।

ଏହି ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୮୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି କଳାହାଣ୍ଡି ୫୦, ନୂଆପଡା ୪୨, ଖୋର୍ଦ୍ଧାରୁ ୪୦, ବଲାଙ୍ଗୀର ୩୬, ଝାରସୁଗୁଡା ୨୩, କଟକ ୨୨, ନବରଙ୍ଗପୁର ୧୭, ପୁରୀ ୧୪, ମୟୂରଭଞ୍ଜ ଜିଲ୍ଲାରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି ।ବରଗଡ ୫, ଷ୍ଟେଟପୁଲ ୯, ଗଞ୍ଜାମ ୧୨, ଅନୁଗୁଳ ଜିଲ୍ଲାରୁ ୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୪୨ ହଜାର ୬୯୫ରେ ପହଞ୍ଚିଛି। ସେହିପରି ୩ ଲକ୍ଷ ୩୭ ହଜାର ୬୩୫ ଜଣ କରୋନାରୁ ଆରୋଗ୍ୟ ହୋଇସାରିଥିବା ବେଳେ ୩ ହଜାର ୮୫ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି।