ନାଗପୁର,ଏଜେନ୍ସି: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭାଗବତ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଶନିବାର ସ୍ଥାନୀୟ କିଙ୍ଗ୍ସୱେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ବୋଲି ଆରଏସଏସ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି। ସୂଚନାଯୋଗ୍ୟ ମୋହନ ଭାଗବତ ମାର୍ଚ୍ଚ ୭ରେ କୋଭିଡ୍ ଟିକାର ପ୍ରଥମ ଡୋଜ୍ ନେଇଥିଲେ।