ଝାରସୁଗୁଡ଼ା,ଏନ୍ଏନ୍ଏସ୍: ଝାରସୁଗୁଡ଼ା ଜିଲ୍ଲାରେ ଆଜି ୧୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଝାରସୁଗୁଡ଼ା ପୌରପରିଷଦ ଅଞ୍ଚଳରୁ ୫ଜଣ ଓ ଲଇକେରା ବ୍ଲକ୍ ଅଞ୍ଚଳରୁ ଜଣେ ରହିଥିବାବେଳେ ବାହାର ଜିଲ୍ଲା ହସ୍ପିଟାଲରୁ ୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଆଜି ଝାରସୁଗୁଡାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତମାନେ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ ହୋଇଥିବାବେଳେ ସମସ୍ତେ ଗୃହ ସଙ୍ଗରୋଧରେ ଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି।
ପ୍ରକାଶଯୋଗ୍ୟ ଯେ, ଜିଲ୍ଲାରେ ଏପର୍ଯ୍ୟନ୍ତ ୮ହଜାର ୩ଶହ ୭୩ ଜଣ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୮ହଜାର ୬୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ୨୬ ଜଣ ପ୍ରାଣ ହରାଇଛନ୍ତ। ଅନ୍ୟପଟେ ଜିଲ୍ଲାରେ ଏପର୍ଯ୍ୟନ୍ତ ୬୪ହଜାର ୮ଶହ ଜଣଙ୍କୁ ଟିକା ପ୍ରଦାନ କରାଯାଇଥିବାବେଳେ ୨୮୧ ଜଣ ସକ୍ରିୟ ଅକ୍ରାନ୍ତ ରହିଛନ୍ତି।