ରାଜ୍ୟରେ ଆଉ ୩ ଜଣଙ୍କ ମୁଣ୍ଡ ନେଲା ମହାମାରୀ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଆଜି ରାଜ୍ୟରେ ଆଉ ୩ ଜଣଙ୍କ ମୁଣ୍ଡ ନେଇଛି ମହାମାରୀ କରୋନା ଭାଇରସ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ବଲାଙ୍ଗିର, ଗଞ୍ଜାମ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡିଛି।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୮କୁ ବୃଦ୍ଧି ପାଇଛି। ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୧୦୮ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୩୪ ପଜିଟିଭ ଚିହ୍ନଟ ହୋଇଛନ୍ତି।