ରାଜ୍ୟରେ କରୋନାରେ ଗଲା ଆଉ ୨ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଦୈନିକ କରୋନା ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରୋଗୀଙ୍କ ମୃତ୍ୟୁ ହୋଇଛି।
ଏଥିସହିତ ମୋଟ କୋଭିଡ ମୃତ୍ୟୁ ମାମଲା ୧୯୪୪କୁ ବୃଦ୍ଧି ପାଇଛି।

ଗତକାଲି ରିପୋର୍ଟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା।