ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଭୟଙ୍କର ହେବା ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ରିପୋର୍ଟ ମୁତାବକ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି। ଏହି ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୨ ଜଣ, ଝାରସୁଗୁଡ଼ା ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଛନ୍ତି। ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୪୮ରେ ପହଞ୍ଚିଛି।