ମୟୂରଭଞ୍ଜ,ଏନ୍ଏନ୍ଏସ୍: ଭାରସାମ୍ୟ ହରାଇ ୩୦ ଫୁଟ ତଳକୁ ଖସି ପଡ଼ିଲା ପ୍ଲାଷ୍ଟିକ ବୋଝେଇ ଟ୍ରକ। ଦୁର୍ଘଟଣାରେ ଜଣେ ମୃତ। ସୂଚନା ଅନୁସାରେ ମୟୂରଭଞ୍ଜ ଜିଲ୍ଲା ୪୯ ନମ୍ବର ଜାତୀୟ ରାଜପଥର ଯଶୀପୁର ନିକଟ ଗହିରାବାଙ୍କଠାରେ ଏହି ଦୁର୍ଘଟଣା ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଟ୍ରକ୍ ହେଲପରର ମୃତ୍ୟୁ ହୋଇଥିବା ବେଳେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ଦୁର୍ଘଟଣାସ୍ଥଳରେ ଯଶୀପୁର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।