ରାଜଧାନୀରୁ ପୁଣି ୬୯୮ ଚିହ୍ନଟ, ୩୧୬ ସୁସ୍ଥ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରୁ ଆଜି ପୁଣି ୬୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮୪୯୨ରେ ପହଞ୍ଚିଛି।

ଏଥିମଧ୍ୟରୁ ୩୩୮୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୨୫୧ ଜଣ ପ୍ରାଣ ହରାଇଛନ୍ତି। ୪୪୧୭ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୫୪୮ ଜଣ ସ୍ଥାନୀୟ ବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ସେହିପରି ଆଜି ଭୁବନେଶ୍ୱରରୁ ୩୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।