ରାଜ୍ୟରେ କରୋନା ନେଲା ଆଉ ୭ ଜଣ ଜୀବନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କରୋନା ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୬୧୧୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୮୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ତେବେ ଗତ ୨୪ ଘଣ୍ଟାରେ କରୋନାରେ ମୃତ୍ୟୁ ହୋଇଥିବା ୭ ଜଣଙ୍କ ମଧ୍ୟରେ ରାୟଗଡ଼ାରୁ ୨ ଜଣ ଏବଂ ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।