ରାଜ୍ୟରେ ଆଉ ୧୧ କରୋନା ରୋଗୀ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ସଂଖ୍ୟା ୧୦ ହଜାର ଅତିକ୍ରମ କରିଥିବା ବେଳେ ଆଉ ୧୧ ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏଥିସହିତ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୫୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ମୃତ୍ୟୁ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୪ ଜଣ, ସୁନ୍ଦରଗଡ଼ରୁ ୨ ଜଣ ଏବଂ ବୌଦ୍ଧ, କଳାହାଣ୍ଡି, କୋରାପୁଟ, ପୁରୀ ଓ ରାୟଗଡ଼ାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।