ରାଜଧାନୀରୁ ପୁଣି ୧୧୧୮ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ୧୧୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୦୪୪୮କୁ ବୃଦ୍ଧି ପାଉଛି। ଏଥିମଧ୍ୟରୁ ୪୦୨୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୨୭୫ଜଣଙ୍କର ମୃତ୍ୟୁ ହୋଇଛି।

ସେହିଭଳି ୯୮୬୧ ଜଣ ଚିକିତ୍ସାଧୀନ ରହିଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରୁ ୧୮୫ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୯୩୩ଜଣ ସ୍ଥାନୀୟବ୍ୟକ୍ତି ସଂକ୍ରମିତ ହୋଇଛନ୍ତି। ଅନ୍ୟପକ୍ଷରେ ଆଜି ଭୁବନେଶ୍ୱରରୁ ୬୭୩ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।