ଆନ୍ଧ୍ରପ୍ରଦେଶ: ଆନ୍ଧ୍ରପ୍ରଦେଶରେ ଅନୁଷ୍ଠିତ ହୋଇଥିବା ପଞ୍ଚାୟତ ନିର୍ବାଚନକୁ ଆନ୍ଧ୍ର ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସେଥିପାଇଁ କୋଟିଆରେ ଆନ୍ଧ୍ର ପକ୍ଷରୁ ହୋଇଥିବା ନିର୍ବାଚନ ବି ଅସିଦ୍ଧ ହେଲା। ନିର୍ବାଚନରେ ସୁପ୍ରିମକୋର୍ଟଙ୍କ ଗାଇଡଲାଇନ ଉଲ୍ଲଂଘନ ହୋଇଥିବା କୋର୍ଟ କହିଛନ୍ତି। ନିର୍ବାଚନ ଅସିଦ୍ଧ ସହ ପୁଣିଥରେ ନିୟମାନୁସାରେ ନିର୍ବାଚନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଗତ ଏପ୍ରିଲ ମାସରେ ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ହୋଇଥିଲା।