ପାଣିଗ୍ରାହୀ ଓ ପାଠକଙ୍କୁ କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ଆଇଏଫଏସ୍ ଅଭୟକାନ୍ତ ପାଠକ ଜେଲରେ ଥାଇ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ଝାରପଡ଼ା ଜେଲର ୧୯୫ ଜଣଙ୍କ କୋଭିଡ ଟେଷ୍ଟ କରାଯାଇଥିଲା। ସେଥିରୁ ୯୬ ଜଣ କଏଦୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୯୬ ଜଣଙ୍କ ମଧ୍ୟରେ ପାଣିଗ୍ରାହୀ ଓ ପାଠକ ସାମିଲ ଅଛନ୍ତି। ଏହି ପଜିଟିଭ ଆକ୍ରାନ୍ତଙ୍କୁ ଜେଲ ଭିତରେ ଆଇସୋଲେସନ ୱାର୍ଡରେ ରଖାଯାଇଛି। ଜେଲ ଡାକ୍ତର ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଥିବା ଜେଲ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ ପ୍ରଦୀପ ପାଣିଗ୍ରାହୀ ଓ ଅଭୟକାନ୍ତ ପାଠକ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିଲେ।