ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର,ଏନ୍ଏନ୍ଏସ୍: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରେ ଅଧିକ ଘନୀଭୂତ ହୋଇ ୨୪ ତାରିଖରେ ବାତ୍ୟାରେ ପରିଣତ ହେବ। କ୍ରମେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ବାତ୍ୟା ଉପକୂଳ ମୁହାଁ ହେବ। ୨୬ ତାରିଖ ସଂଧ୍ୟା ସୁଦ୍ଧା ବାତ୍ୟା ଉପକୂଳ ଛୁଇଁବ। ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଓ ବାଂଲାଦେଶ ତଟ ମଧ୍ୟରେ ଉପକୂଳ ଛୁଇଁବ। ଏନେଇ ଟ୍ୱିଟ୍ କରି ପାଣିପାଗ ବିଭାଗ ସୂଚନା ଦେଇଛି।