କରୋନାରେ ଆଖି ବୁଜିଲେ ଆଉ ୨୬

ଭୁବନେଶ୍ୱର,ଏନ୍ଏନ୍ଏସ୍:ରାଜ୍ୟରେ କରୋନା ଯୋଗୁ ଆଉ ୨୬ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୨,୪୫୬ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ପ୍ରାଣ ହରାଇଥିବା ଆକ୍ରାନ୍ତଙ୍କ ମଧ୍ୟରେ କଳାହାଣ୍ଡିରୁ ସର୍ବାଧିକ ୪, ଭୁବନେଶ୍ୱର, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧାରୁ ୩ ଲେଖାଏଁ, ବାଲେଶ୍ୱର, ଅନୁଗୁଳ ଓ ସୁନ୍ଦରଗଡ଼ରୁ ୨ ଲେଖାଏଁ, ବୌଦ୍ଧ, ଗଜପତି, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ କରୋନା ବ୍ୟତୀତ ମଧୁମେହ ଓ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।