ଗଛ ଡାଳରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର

ପାଟଣା,ଏନ୍ଏନ୍ଏସ୍: କେନ୍ଦୁଝର ଜିଲ୍ଲା ପାଟଣା ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥ କଡ଼ ବଳଭଦ୍ରପୁର ନିକଟସ୍ଥ ଏକ ତେନ୍ତୁଳି ଗଛରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ବଳଭଦ୍ରପୁର ଗ୍ରାମର ଟୁନୁ ମାଝୀ ବୋଲି ଜଣାପଡିଛି। ତେବେ ମୃତ୍ୟୁର କାରଣ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପାଟଣା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।