ଭୁବନେଶ୍ୱର,ଏନ୍ଏନ୍ଏସ୍: ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ବିନ୍ଧାଣୀ, ଓଡ଼ିଶାର ପ୍ରଥମ ପ୍ରଧାନମନ୍ତ୍ରୀ ଓ ନବଉତ୍କଳର ନିର୍ମାତା ମହାରାଜା କୃଷ୍ଣଚନ୍ଦ୍ର ଗଜ ପତି ନାରାୟଣ ଦେବଙ୍କ ୪୭ତମ ଶ୍ରାଦ୍ଧଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି। ବିଧାନସଭା ପରିସରସ୍ଥ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇ ତାଙ୍କ ସ୍ମୃତିରେ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ବିଧାନସଭା ସଚିବ ଦାଶରଥୀ ଶତପଥୀ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।