ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ବାତ୍ୟା ଯୋଗୁ ଏବେସୁଦ୍ଧା ୩ ଜଣଙ୍କର ମୃତ୍ୟୁ ଘଟିଛି। ବାଲେଶ୍ୱର, ମୟୁରଭଞ୍ଜ ଓ କେନ୍ଦୁଝରରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି। ଏଥିସହିତ ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳଙ୍କୁ କ୍ଷୟକ୍ଷତି ରିପୋର୍ଟ ମଗାଯାଇଛି। କାଲି ସଂନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଏସଆରସି ପ୍ରଦୀପ୍ତ ଜେନା ସୂଚନା ଦେଇଛନ୍ତି।